The following text field will produce suggestions that follow it as you type.

Odia Sahityare Jatiyatabadi Chetana
Odia Sahityare Jatiyatabadi Chetana

Odia Sahityare Jatiyatabadi Chetana

Current price: $16.00
Loading Inventory...
Get it at Barnes and Noble

Size: OS

Get it at Barnes and Noble
ଜାତୀୟତାବାଦ ଏକ ସର୍ବକାଳୀନ ସର୍ବାଧୁନିକ ଚେତନା । ଏହ ଏକ ସମ୍ମିଳିତ ଶକ୍ତିର ଅଭିବ୍ୟକ୍ତି ମଧ୍ୟ । ଭାରତବର୍ଷ ଗୋଟିଏ ଦେଶ ନୁହେଁ, ଏକ ଉପମହାଦେଶ । ବିବିଧ ପ୍ରକାର ଜନଗୋଷ୍ଠୀ, ଚଳଣି, ନୃତ୍ୟ ସଂଗୀତ, ବେଶପୋଷାକ, କୃଷି ଓ ଭାଷା ଆମ ଦେଶକୁ ଆବାହମାନ କାଳରୁ ବୈଚିତ୍ର‌୍ୟମୟ କରି ରଖିଛି । ଏ ଦେଶର ଭୂମିରେ ସୁନା ଫଳେ । ଏ ଭୂଖଣ୍ଡ ମୁନିଋଷିମାନଙ୍କ ବାସସ୍ଥଳୀ । ଐଶ୍ୱର୍ଯ୍ୟମୟୀ, ସର୍ବାଳଙ୍କାରବୃତ୍ତା, ଅରଣ୍ୟାନି ଅଧ୍ୟୁଷିତା, ଗିରିମାଳାବେଷ୍ଟିତା ଭାରତବର୍ଷ, ଯାହାର ପାଦ ଧୌତ କରିବାକୁ ବ୍ୟଗ୍ର ସାଗରମାଳା; ସେହି ଆମ ଜନ୍ମଭୂମି ଦୀର୍ଘକାଳ ବାହ୍ୟଶତ୍ରୁ ଆକ୍ରମଣ ଦ୍ୱାରା ଘୋର ନିର୍ଯାତନାର ଶିକାର ହେଲା । ଶହ ଶହ ବର୍ଷ ଧରି ଲୁଣ୍ଠିତ ହେଲା ଦେଶ ମୋଗଲ, ପଠାଣ, ମରହଟ୍ଟାମାନଙ୍କ ଦ୍ୱାରା । ଶେଷରେ ନିର୍ଯାତନାର ମୁଣ୍ଡି ମାରିଲେ ଇଂରେଜମାନେ । ଓଡ଼ିଶା ଅଧିକାର କଲେ ୧୮୦୩ରେ । ଏହି ଇତିହାସ ଯେତିକି ଦୁଃଖଦାୟକ ସେତିକି ରୋମାଞ୍ଚକର । ହାତରେ ଗୁଳିଗୋଳା, କମାଣ ନାହିଁ । ଖାଦ୍ୟାଭାବରେ ଦେହ ଦୁର୍ବଳ । ପିନ୍ଧିବାକୁ ବସ୍ତ୍ରାଭାବ । ବିଦେଶୀ ଗୋରା ସର୍ବସ୍ୱ ନେଇଗଲେଣି, ତଥାପି କିପରି ସ୍ୱାଧୀନତା ସଂଗ୍ରାମ ହେଲା, ବ୍ରିଟିଶ ଶାସକ ହାରିଲେ ଓ ଭାରତୀୟ ଜିତିଲେ, ଭାରତବର୍ଷ ସ୍ୱାଧୀନ ହେଲା ତାହା ଗୋଟାଏ ମିରାକଲ୍ । ଭାରତୀୟ ସ୍ୱାଧୀନତା ସଂଗ୍ରାମର ଇତିହାସ ସହିତ ପ୍ରତ୍ୟେକ ଭାରତବାସୀ ପରିଚିତ ହେବା ଆବଶ୍ୟକ । ପିଲାଦିନୁ ଭାରତ ସ୍ୱାଧୀନତା ସଂଗ୍ରାମ କାହାଣୀ, ଓଡ଼ିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ହେବା କାହାଣୀ ବାପାଙ୍କଠାରୁ ଶୁଣିଛି । ଗାନ୍ଧୀ, ମଧୁସୂଦନ, ଗୋପବନ୍ଧୁ, ଗୋଦାବରୀଶଙ୍କ ଫଟୋଚିତ୍ର ତଳେ ମୁଣ୍ଡିଆ ମାରିବା ଶିଖିଛି । ଧୀରେ ଧୀରେ ପାଠ ପଢ଼ିବା ସହିତ ସ୍ୱାଧୀନତା ସଂଗ୍ରାମକୁ ଓଡ଼ିଆ ସାହିତ୍ୟର ଅବଦାନ ସଂପର୍କରେ ଅବଗତ ହୋଇଛି । ଓଡ଼ିଆ କବି, ଲେଖକ, ପ୍ରାବନ୍ଧିକ, ନାଟ୍ୟକାରମାନଙ୍କ ଏ ଅବଦାନ ପ୍ରତ୍ୟେକ ଓଡ଼ିଆ ଛାତ୍ର, ଅଭିଭାବକ ଜାଣିବା ଆବଶ୍ୟକ । ବିଶେଷ ଭାବରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ । ସେଥିପାଇଁ ଏହି କ୍ଷୁଦ୍ର ପ୍ରୟାସ ।
Powered by Adeptmind